୨୪ ଘଣ୍ଟାରେ ସୁସ୍ଥ ହେଲେ ଆଉ ୩୨୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ଏନ୍ଏନ୍ଏସ୍:ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୨୫୪୩୨ରେ ପହଞ୍ଚିଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ଲକ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୭୧ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୪୦, ସମ୍ବଲପୁରରୁ ୩୧, ପୁରୀରୁ ୨୯, ଖୋର୍ଦ୍ଧାରୁ ୨୨, ବାଲେଶ୍ୱରରୁ ୧୭, ବରଗଡରୁ ୧୭, ଭଦ୍ରକରୁ ୧୨, କଟକରୁ ୧୦, କେନ୍ଦ୍ରାପଡାରୁ ୧୦, କେନ୍ଦୁଝରରୁ ୧୦, ମୟୁରଭଞ୍ଜରୁ ୮, ନବରଙ୍ଗପୁରରୁ ୭, କଳାହାଣ୍ଡିରୁ ୬, ନୂଆପଡାରୁ ୬, ଝାରସୁଗୁଡାରୁ ୫, ବଲାଙ୍ଗିରରୁ ୪, ଜଗତସିଂହପୁରରୁ ୪, ଦେବଗଡରୁ ୩, ଗଞ୍ଜାମରୁ ୩, ନୟାଗଡରୁ ୨, ରାୟଗଡାରୁ ୨, ବୌଦ୍ଧରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୧, କନ୍ଧମାଳରୁ ୧, ମାଲକାନଗିରିରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୪ଜଣ ସୁସ୍ଥ ହୋଇଛନ୍ତି।