ରାଜ୍ୟରେ ସୁସ୍ଥହେଲେ ଆଉ ୩୩୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ଏନ୍ଏନ୍ଏନ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ଜାର୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୨୧୬୪୭ରେ ପହଞ୍ଚିଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୩୬, ଭଦ୍ରକରୁ ୨୧, କଟକରୁ ୨୧, ବାଲେଶ୍ୱରରୁ ୨୦, ଅନୁଗୁଳରୁ ୧୮, ମୟୂରଭଞ୍ଜରୁ ୧୮, ବରଗଡରୁ ୧୭, କଳାହାଣ୍ଡିରୁ ୧୫, ପୁରୀରୁ ୧୫, ଝାରସୁଗୁଡାରୁ ୧୪, ନୂଆପଡାରୁ ୧୨, ସମ୍ବଲପୁରରୁ ୧୦, ଯାଜପୁରରୁ ୯, କେନ୍ଦୁଝରରୁ ୯, ଜଗତସିଂହପୁରରୁ ୮, ବଲାଙ୍ଗିରରୁ ୬, କେନ୍ଦ୍ରାପଡାରୁ ୫, ଦେବଗଡ଼ରୁ ୩, ଢେଙ୍କାନାଳରୁ ୩, ରାୟଗଡାରୁ ୩, କୋରାପୁଟରୁ ୨, ନବରଙ୍ଗପୁରରୁ ୨, ନୟାଗଡରୁ ୨, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୧୩ ଜଣ ସୁସ୍ଥ ହୋଇଛନ୍ତି।