ରାଜ୍ୟରେ ଆଜି ସୁସ୍ଥହେଲେ ୩୮୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଆଜି ୩୮୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୧୯୪୫୮ରେ ପହଞ୍ଚିଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ଲକ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ୪୨ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୩୯, କଟକରୁ ୩୫, ମୟୂରଭଞ୍ଜରୁ ୨୮, ଅନୁଗୁଳରୁ ୨୪, ବରଗଡରୁ ୨୧, ବଲାଙ୍ଗିରରୁ ୧୮, କେନ୍ଦୁଝରରୁ ୧୮, କେନ୍ଦ୍ରାପଡାରୁ ୧୭, ନୂଆପଡାରୁ ୧୭, ପୁରୀରୁ ୧୪, ସମ୍ବଲପୁରରୁ ୧୨, ଜଗତସିଂହପୁରରୁ ୧୧, ଭଦ୍ରକରୁ ୧୦, ବାଲେଶ୍ୱରରୁ ୯, ଯାଜପୁରରୁ ୭, ଝାରସୁଗୁଡାରୁ ୭, ଦେବଗଡରୁ ୫, କୋରାପୁଟରୁ ୫, ନୟାଗଡରୁ ୪, ରାୟଗଡାରୁ ୪, ଗଞ୍ଜାମରୁ ୩, ଢେଙ୍କାନାଳରୁ ୨, କନ୍ଧମାଳରୁ ୧, ମାଲକାନଗିରିରୁ ୧, ନବରଙ୍ଗପୁରରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୧୫ ଜଣ ସୁସ୍ଥ ହୋଇଛନ୍ତି।