ରାଜ୍ୟରେ ସୁସ୍ଥ ହେଲେ ଆଉ ୪୪୨, ୩୧୭୪୧୨ରେ ପହଞ୍ଚିଲା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୪୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୧୭୪୧୨ରେ ପହଞ୍ଚିଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫୩ ଜଣ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୩୩, ରାୟଗଡାରୁ ୩୩, ମୟୁରଭଞ୍ଜରୁ ୩୦, ଯାଜପୁରରୁ ୨୯, କେନ୍ଦୁଝରରୁ ୨୮, କଟକରୁ ୨୫, କେନ୍ଦ୍ରାପଡାରୁ ୧୯, ନୂଆପଡାରୁ ୧୯, ବାଲେଶ୍ୱରରୁ ୧୮, ସମ୍ବଲପୁରରୁ ୧୬, ଜଗତସିଂହପୁରରୁ ୧୩, କଳାହାଣ୍ଡିରୁ ୧୩, ପୁରୀରୁ ୧୧, ବରଗଡରୁ ୭, ଗଞ୍ଜାମରୁ ୭, ବୌଦ୍ଧରୁ ୫, ଝାରସୁଗୁଡାରୁ ୫, ଭଦ୍ରକରୁ ୪, ବଲାଙ୍ଗିରିରୁ ୪, ଢେଙ୍କାନାଳରୁ ୪, କୋରାପୁଟରୁ ୪, ସୋନପୁରରୁ ୪, ଦେବଗଡରୁ ୩, କନ୍ଧମାଳରୁ ୨, ନବରଙ୍ଗପୁରରୁ ୨, ମାଲକାନଗିରିରୁ ୧ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଷ୍ଟେଟପୁଲରୁ ୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।