ସୁସ୍ଥହେଲେ ଆଉ ୪୫୨୧ କରୋନା ସଂକ୍ରମିତ, ସୁନ୍ଦରଗଡ଼ରୁ ୭୨୧

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୫୨୧ ଜଣ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩୭୫୭୨୧କୁ ବୃଦ୍ଧି ପାଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭୨୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।