ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ଫଳରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧,୭୮୯କୁ ଛୁଇଁଛି।
ଏହି ନୂତନ କରୋନା ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ପୁରୀରୁ ୨ ଜଣ ଲେଖାଏଁ ଏବଂ ସମ୍ବଲପୁରରୁ ଜଣେ ରହିଛନ୍ତି। ତେବେ ରାଜ୍ୟରେ ନୂଆ ୩୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ବର୍ତ୍ତମାନ ୩ ହଜାର ୪୮୭ ଜଣ ସକ୍ରିୟ ରହିଛନ୍ତି।