ଗତ ୨୪ ଘଣ୍ଟାରେ ସୁସ୍ଥହେଲେ ଆଉ ୭୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଆରୋଗ୍ୟ ସଂଖ୍ୟା ୩୩୬୩୩୭ରେ ପହଞ୍ଚିଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବରଗଡ଼ ଜିଲ୍ଲାରୁ ସର୍ବାଧିକ ୧୦ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୯, ମୟୂରଭଞ୍ଜରୁ ୯, ସୁନ୍ଦରଗଡରୁ ୭, ବାଲେଶ୍ୱରରୁ ୫, କଟକରୁ ୫, ଯାଜପୁରରୁ ୫, ନବରଙ୍ଗପୁରରୁ ୪, ରାୟଗଡାରୁ ୪, ଜଗତସିଂହପୁରରୁ ୩, ସମ୍ବଲପୁରରୁ ୩, ଗଞ୍ଜାମରୁ ୨, ନୂଆପଡାରୁ ୨, କେନ୍ଦୁଝରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।