ସୁସ୍ଥହେଲେ ଆଉ ୭୨ କରୋନା ଆକ୍ରାନ୍ତ, ପଢ଼ନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୩୬୪୦୯ରେ ପହଞ୍ଚିଛି।

ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୧୧, ଖୋର୍ଦ୍ଧାରୁ ୮, ବଲାଙ୍ଗିରରୁ ୭, ବାଲେଶ୍ୱରରୁ ୫, କଟକରୁ ୫, ଅନୁଗୁଳରୁ ୪, ଯାଜପୁରରୁ ୪, ପୁରୀରୁ ୩, ଦେବଗଡରୁ ୨, ରାୟଗଡାରୁ ୨, ସମ୍ବଲପୁରରୁ ୨, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, କେନ୍ଦୁଝରରୁ ୧ ଏବଂ ଷ୍ଟେଟପୁଲରୁ ଜଣେ ସୁସ୍ଥ ହୋଇଛନ୍ତି।