ସୁସ୍ଥହେଲେ ଆଉ ୯୧ କରୋନା ଆକ୍ରାନ୍ତ, ପଢ଼ନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯୧ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୩୫୪୯୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ ଜଣ ସୁସ୍ଥ ହୋଇଥିବା ବେଳେ ସମ୍ବଲପୁରରୁ ୧୩, ସୁନ୍ଦରଗଡରୁ ୧୧, ଯାଜପୁରରୁ ୯, ମୟୁରଭଞ୍ଜରୁ ୮, ବରଗଡରୁ ୬, ପୁରୀରୁ ୬, ବାଲେଶ୍ୱରରୁ ୫, କଟକରୁ ୪, ନୂଆପଡାରୁ ୩, ଭଦ୍ରକରୁ ୨, କଳାହଣ୍ଡିରୁ ୨, ଦେବଗଡରୁ ୧, ଝାରସୁଗୁଡାରୁ ୧, କେନ୍ଦ୍ରାପଡାରୁ ୧, ନବରଙ୍ଗପୁରରୁ ୧, ରାୟଗଡାରୁ ୧ ଏବଂ ଷ୍ଟଟପୁଲରୁ ୩ ଜଣ ସୁସ୍ଥ ହୋଇଛନ୍ତି।