ରାଜ୍ୟରେ ଆଜି ୯୧୩ସୁସ୍ଥ, ପଢନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୦୬୭୨୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୧୧୮ ଜଣ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜ ଜିଲ୍ଲାରୁ ୧୧୧, କଟକରୁ ୬୬, ଅନୁଗୁଳରୁ ୬୪, ଖୋର୍ଦ୍ଧାରୁ ୬୨, ନୂଆପଡାରୁ ୫୩, ସମ୍ବଲପୁରରୁ ୪୩, ବାଲେଶ୍ୱରରୁ ୩୭, ଝାରସୁଗୁଡାରୁ ୩୬, ବରଗଡରୁ ୩୫, କେନ୍ଦ୍ରାପଡାରୁ ୩୫, ଜଗତସିଂହପୁରରୁ ୩୨, କେନ୍ଦୁଝରରୁ ୨୯, ପୁରୀରୁ ୨୬, ଯାଜପୁରରୁ ୨୨, ବଲାଙ୍ଗିରରୁ ୨୧, ଢେଙ୍କାନାଳରୁ ୧୫, କଳାହାଣ୍ଡିରୁ ୧୫ , ନବରଙ୍ଗପୁରରୁ ୧୫, ଗଞ୍ଜାମରୁ ୧୪, ନୟାଗଡ଼ରୁ ୧୦, ଭଦ୍ରକରୁ ୮, କୋରାପୁଟରୁ ୮, ମାଲକାନଗିରିରୁ ୮, କନ୍ଧମାଳରୁ ୬, ସୋନପୁରରୁ ୫, ଦେବଗଡରୁ ୩, ଗଜପତିରୁ ୨, ରାୟଗଡାରୁ ୨, ବୌଦ୍ଧରୁ ଜଣେ ଏବଂ ଷ୍ଟଟପୁଲରୁ ୧୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।