ଭୁବନେଶ୍ୱର,ଏନ୍ଏନ୍ଏସ୍: ବଙ୍ଗେପାସାଗରରେ ଆସୁଛି ଆଉ ଏକ ବାତ୍ୟା। ୨୨ରେ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। କ୍ରମେ ଏହା ଘନୀଭୂତ ହୋଇ ୭୨ ଘଣ୍ଟା ପରେ ବାତ୍ୟାର ରୂପ ନେବ। ୨୫ ତାରିଖ ସୁଦ୍ଧା ବାତ୍ୟାର ରୂପ ନେବ ଲଘୁଚାପ କ୍ଷେତ୍ର। ବାତ୍ୟାରେ ପରିଣତ ହେବା ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଆଗେଇବ। ବର୍ତ୍ତମାନ ଆକଳନ ଅନୁଯାୟୀ ୨୬ ତାରିଖ ସକାଳେ ଉପକୂଳ ମୁହାଁଇବ। ଓଡ଼ିଶା-ପଶ୍ଚିମବଙ୍ଗ ମଧ୍ୟରେ ଉପକୂଳ ଛୁଇଁବ ବୋଲି ଅନୁମାନ କରାଯାଉଛି। ତେବେ ଓଡ଼ିଶା ଉପରେ ନିଶ୍ଚିତ ପ୍ରଭାବ ପଡ଼ିବ ବୋଲି ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ୨୫ ତାରିଖ ସନ୍ଧ୍ୟାରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହେବ। ସେଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ସତର୍କ କରାଯାଇଛି। ୨୧ରୁ ୨୪ ଯାଏ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଯିବାକୁ ବାରଣ କରାଯାଇଛି। ୨୪ରୁ ୨୭ ଯାଏ ଉତ୍ତର ବଙ୍ଗୋପସାଗରକୁ ଯିବାକୁ ଶ୍ରୀ ମହାପାତ୍ର ମନା କରିଛନ୍ତି।