ଭୁବନେଶ୍ବର,ଏନ୍ଏନ୍ଏସ୍: ସ୍ୱାସ୍ଥ୍ୟ କ୍ଷେତ୍ରରେ ଆଉ ଏକ ସଫଳତା ହାସଲ କରିଛି ଓଡିଶା। ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇଛି। ସ୍ୱାସ୍ଥ୍ୟ କ୍ଷେତ୍ର ରେ ଛୁଇଁଛି ମାଇଲ ଷ୍ଟୋନ। ଆଜି ମୋ ସରକାରର ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଅଧିକାରୀ ମାନଙ୍କୁ ସୂଚନା ଦେଇ କହିଲେ ଯେ ଓଡିଶା ଶିଶୁ ମୃତ୍ୟୁହାରରେ ୩୯ ପଏଣ୍ଟ ହ୍ରାସ କରିବାରେ ସଫଳ ହୋଇଛି।
୨୦୦୫ରୁ ୨୦୨୦ ମଧ୍ୟରେ ଏହି ସଫଳତା ମିଳିଛି। ବର୍ତ୍ତମାନ ରାଜ୍ୟର ଶିଶୁ ମୃତ୍ୟୁ ହାର ପ୍ରତି ଏକ ହଜାରରେ ୩୬କୁ କମିଯାଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ବିଭାଗ,ମହିଳା ଓ ଶିଶୁ କଲ୍ୟାଣ ବିଭାଗ,ମିଶନ ଶକ୍ତି ବିଭାଗ ଏବଂ ଟିମ୍ ଓଡିଶାକୁ ଅଭିନନ୍ଦନ ଜଣାଇଥିଲେ ଏବଂ ଓଡିଶାର ବିକାଶ ଯାତ୍ରାରେ ସମସ୍ତେ ସାମିଲ ହୋଇ ଓଡିଶା ପାଇଁ ନୂଆ ନୂଆ ସଫଳତା ହାସଲ କରିବା ପାଇଁ ପରାମର୍ଶ ଦେଇଥିଲେ।