ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ମିଳିଲା ଆଜୀବନ କାରାଦଣ୍ଡାଦେଶ

ଝାରସୁଗୁଡା,ଏନ୍ଏନ୍ଏସ୍: ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ମିଳିଲା ଆଜୀବନ କାରାଦଣ୍ଡାଦେଶ। ବହୁ ଚର୍ଚ୍ଚିତ କଳ୍ପନା ଦାଶ ଓ ବବଲି ଡବଲ ମର୍ଡର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ପୂର୍ବତନ ବିଧାୟକ ଅନୁପ ସାଏ।

ଏନେଇ ରାୟଗଡ ଅତିରିକ୍ତ ଜିଲା ଦୌରା ଜଜ ରେ ଶୁଣାଣୀ ହୋଇଛି। କେବଳ ଏତିକି ନୁହେଁ ଏହି ମାମଲାରେ ଅନ୍ୟତମ ସହଯୋଗୀ ଅନୁପଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋକୁ ନିର୍ଦ୍ଦୋଷ ରେ ଖଲାସ କରିଛନ୍ତି କୋର୍ଟ।

ସୁଚନା ଅନୁସାରେ ୨୦୧୬ରେ ଚକ୍ରଧର ପୁରରୁ ମା ଓ ଝିଅଙ୍କ ମୃତଦେହ ମିଳିଥିଲା। ଉଭୟଙ୍କୁ ହୀତ୍ୟା ପରେ ଗାଡ଼ି ମଡ଼ାଯାଇଥିବା ଜଣାପଡ଼ିଥିଲା। ତେବେ ଏହି ଘଟଣାରେ ୨୦୨୦ ଫେବୃଆରୀ ୧୩ ଏହି ଡବଲ ମର୍ଡର ଘଟଣା ପୂର୍ବତନ ବିଧାୟକ ଅନୁପ ସାଏ ଗିରଫ ହୋଇଥିଲେ।

ମାମଲାରେ ଛନ୍ଦି ହୋଇ ପୂର୍ବତନ ବିଧାୟକ ଅନୁପ ସାଏ ୨ ବର୍ଷ ତଳୁ ଜେଲରେ ଅଛନ୍ତି।ପୁଲିସ ପ୍ରଥମେ ଅନୁପଙ୍କୁ ନିଜ ହେପାଜତକୁ ନେବା ପରେ ତାଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋକୁ ପ୍ରମୁଖ ସହଯୋଗୀ ଭାବେ ଗିରଫ କରିଥିଲା।

ଦୁଇମାସ ତଳେ ବର୍ଦ୍ଧନ ଟପ୍ପୋଙ୍କୁ ହାଇକୋର୍ଟରୁ ଜାମିନ ମଂଞ୍ଜୁର ହୋଇଛି। ଏବେ ଏହି ମାମଲାରୁ ରାୟ ପ୍ରକାଶ ପାଇଛି।