ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ଆଜି ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଧଉଳି ଶାନ୍ତିସ୍ତୂପ ପରିଦର୍ଶନ କରିଛନ୍ତି। ଏଥିସହିତ ଏହାର ବିକାଶ ଏବଂ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଆଲୋଚନା କରିଥିଲେ। ତେବେ ଧଉଳି ଏକ ପର୍ଯ୍ୟଟନ କ୍ଷେତ୍ର ଭାବେ ଅପାର ସମ୍ଭାବନା ଧାରଣ କରୁଛି ବୋଲି ସାଂସଦ ବ୍ୟକ୍ତ କରିଥିଲେ।