ରିଲାଏନ୍ସ ଫାଉଣ୍ଡେସନ ସ୍କଲାରସିପ୍ ପାଇଁ ଆବେଦନ ପତ୍ର ଆହ୍ୱାନ

ମୁମ୍ବାଇ,ଏଜେନ୍ସି: ଭାରତର ଭବିଷ୍ୟତର ପ୍ରଯୁକ୍ତି ନେତୃତ୍ୱ ସମ୍ଭାବନା ଥିବା ଛାତ୍ରଛାତ୍ରୀଙ୍କୁ ପରିପୋଷଣ କରିବା ନିମନ୍ତେ ଏକ ଅଗ୍ରଣୀ ପ୍ରୟାସ ରିଲାଏନ୍ସ ଫାଉଣ୍ଡେସନ ବୃତ୍ତି (ସ୍କଲାରସିପ୍‌) ଆବେଦନପତ୍ର ଆହ୍ୱାନ କରୁଛି। ରିଲାଏନ୍ସ ଫାଉଣ୍ଡେସନ ଏଥିରେ ୧୦୦ ଜଣ ସବୁଠାରୁ ମେଧାବୀ ଅନୁସ୍ନାତକ ଏବଂ ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କୁ ଚିହ୍ନଟ କରି ଉଦାର ଆର୍ଥିକ ଅନୁଦାନ ଏବଂ ମଜଭୁତ ବିକାଶମୂଳକ କାର୍ଯ୍ୟକ୍ରମ ଜରିଆରେ ସହାୟତା ଯୋଗାଇଦେବ। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ, କମ୍ପ୍ୟୁଟର ବିଜ୍ଞାନ, ଗଣିତ ଓ କମ୍ପ୍ୟୁଟିଂ, ଇଲେକ୍ଟ୍ରିକାଲ ବା ଇଲେକଟ୍ରୋନିକ୍ସି ଇଞ୍ଜିନିୟରିଂରେ ୫ ବର୍ଷୀୟ ଡିଗ୍ରୀ ପାଠ୍ୟକ୍ରମରେ ଅଧ୍ୟୟନ କରୁଥିବା ଅନୁସ୍ନାତକ ଏବଂ ସ୍ନାତକୋତ୍ତରରେ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ଏଥିପାଇଁ ଆବେଦନ କରିପାରିବେ।

ଏହି କାର୍ଯ୍ୟକ୍ରମରେ ୬୦ ଜଣ ପର୍ଯ୍ୟନ୍ତ ଅନୁସ୍ନାତକ ଛାତ୍ରଛାତ୍ରୀଙ୍କୁ ୪ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁଦାନ ପ୍ରଦାନ କରାଯିବା ବ୍ୟବସ୍ଥା ରହିଥିବା ବେଳେ ୪୦ ଜଣ ପର୍ଯ୍ୟନ୍ତ ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କୁ ୬ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁଦାନ ସେମାନଙ୍କ ଅଧ୍ୟୟନ କାଳରେ ପ୍ରଦାନ କରାଯିବ। ଆବେଦନ ଦେୟମୁକ୍ତ ରହିଛି। ଭାରତୀୟ ଏବଂ ଆନ୍ତର୍ଜାତିକ ବିଶେଷଜ୍ଞମଣ୍ଡଳୀ ଦ୍ୱାରା ସାକ୍ଷାତକାର ନିଆଯାଇ ମେଧା ଆଧାରରେ ଛାତ୍ରଛାତ୍ରୀଙ୍କୁ ବୃତ୍ତି ପ୍ରଦାନ କରାଯିବ ଏବଂ ସମସ୍ତ ସାମାଜିକ-ଅର୍ଥନୈତିକ ପୃଷ୍ଠଭୂମିରୁ ଆସୁଥିବା ଛାତ୍ରଛାତ୍ରୀଙ୍କୁ ଏଥିପାଇଁ ଆବେଦନ କରିବାକୁ ଉତ୍ସାହିତ କରାଯାଉଛି।