କୋରାପୁଟ ହସ୍ପିଟାଲରେ ଅଧିକ ୬୫୦ ଶଯ୍ୟା ପାଇଁ ଅର୍ଥ ଅନୁମୋଦନ

କୋରାପୁଟ,ଏନ୍ଏନ୍ଏସ୍: ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଅଧିକ ୬୫୦ ଶଯ୍ୟା ପାଇଁ ମୁଖ୍ୟମନ୍ତ୍ରୀ ଅର୍ଥ ଅନୁମୋଦନ କରିଛନ୍ତି। ଏଥିପାଇଁ ଅବିଭକ୍ତ କୋରାପୁଟ ଜିଲ୍ଲାର ବିଜେଡି ସାଂସଦ, ମନ୍ତ୍ରୀ, ବିଧାୟକ ଓ ଅଞ୍ଚଳବାସୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି। କୋରାପୁଟ ସ୍ୱତନ୍ତ୍ର ସର୍କିଟ୍ ହାଉସରେ ଅନୁସୂଚିତ ଜାତି, ଜନଜାତି ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ହସ୍ତତନ୍ତ ଓ ବୟନ ଶିଳ୍ପମନ୍ତ୍ରୀ ପଦ୍ମିନୀ ଦିଆନ, ଜିଲ୍ଲା ବିଜେଡି ସଭାପତି ଇଂ.ଇଶ୍ୱର ଚନ୍ଦ୍ର ପାଣିଗ୍ରାହୀ, ନବରଙ୍ଗପୁର ସାଂସଦ ରମେଶ ମାଝୀ, କୋରାପୁଟ ବିଧାୟକ ରଘୁରାମ ପଡ଼ାଲ, ପଟ୍ଟାଙ୍ଗୀ ବିଧାୟକ ପୀତମ ପାଢ଼ୀ, ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, କୋରାପୁଟର ପୂର୍ବତନ ସାଂସଦ ଝିନ୍ନ ହିକକା, ଜିଲ୍ଲା ପରିଷଦ ସଭାପତି ତୁଲସି କିରସାନି, ଜିଲ୍ଲା ପରିଷଦ ସଦସ୍ୟା ପାର୍ବତୀ ମସ୍ତୀ ପ୍ରମୁଖ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।