ସାମର୍ଥ୍ୟ ବିକାଶ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କଲେ ଜନଜାତି ବ୍ୟାପାର ମନ୍ତ୍ରୀ

ଆଦିବାସୀଙ୍କୁ ଜଙ୍ଗଲ ଅଧିକାର ପ୍ରଦାନରେ ଓଡିଶା ଦେଶରେ ପ୍ରଥମ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପଞ୍ଚାୟତ ଅନୁଷ୍ଠାନମାନେ ହୋଉଛନ୍ତି ବିକାଶର ଆତ୍ମା। ସ୍ୱାଧିନତା ପର ଠାରୁ ଦେଶ ତଥା ଅନୁନ୍ନତ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ସାମଗ୍ରିକ ବିକାଶ ଦିଗରେ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡିଶାରେ ଅଦିବାସୀ ବର୍ଗର ଜନସଂଖ୍ୟା ପ୍ରାୟ ୧ କୋଟି ରହିଛି । ଏହି ଆଦିବାସୀ ବର୍ଗର ଲୋକମାନଙ୍କ ସାମାଜିକକ, ଆର୍ଥିକ ଓ ଶିକ୍ଷା କ୍ଷେତ୍ରରେ ସଶକ୍ତ କରିବା ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଦିବାସୀମାନଙ୍କୁ ସେମାନଙ୍କ ଜଙ୍ଗଲ ଅଧିକାରୀ ଆଇନ କାର୍ଯ୍ୟକାରୀ କରିବା ଦିଗରେ ରାଜ୍ୟ ସରକାର ଦେଶର ପ୍ରଥମ। ରାଜ୍ୟର ୪ ଲକ୍ଷ ୩୬ ହଜାର ଆଦାବାସୀ ବର୍ଗର ଲୋକଙ୍କୁ ଜଙ୍ଗଲ ଅଧିକାର ଆଇନରେ ଜମି ପଟ୍ଟା ପ୍ରଦାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ୱରରେ ଅନୁଷ୍ଠିତ ଜନଜାତି ପଞ୍ଚାୟତ ପ୍ରତିନିଧିଙ୍କ ପାଇଁ ସାମର୍ଥ୍ୟ ବିକାଶ କାର୍ଯ୍ୟକ୍ରମ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଶିକ୍ଷା ମାଧ୍ୟମରେ ଆଦିବାସୀ ବର୍ଗର ଛାତ୍ରଛାତ୍ରୀଙ୍କୁ ଅଧିକ ସଶକ୍ତ କରିବା ନିମନ୍ତେ ରାଜ୍ୟ ସରକାର ବଳିଷ୍ଠ ପଦକ୍ଷେପମାନ ଗ୍ରହଣ କରିଛନ୍ତି । ଆଦିବାସୀ ବର୍ଗର ଛାତ୍ରଛାତ୍ରୀମାନଙ୍କୁ ଉନ୍ନତମାନର ଗୁଣାତ୍ମକ ଶିକ୍ଷା ପ୍ରଦାନ ନିମନ୍ତେ ରାଜ୍ୟ ସରକାର ୧୭୩୧ ଟି ସ୍କୁଲ,୬୭୦୦ ହଷ୍ଟେଲ ନିର୍ମାଣ କରିଛନ୍ତି । ଏହି ସବୁ ସ୍କୁଲରେ ୬ ଲକ୍ଷରୁ ଉଦ୍ଦ୍ୱର୍ ଚାତ୍ରଛାତ୍ରୀ ଉପକୃତ ହୋଉଛନ୍ତି । ମିଶନ ସୁବିଦ୍ୟା ଯାଜନା ମାଧ୍ୟମରେ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯାଉଛି ।  ସେହିଭଳି ମିଶନ ଜୀବିକା ମାଧ୍ୟମରେ ୨୩ ଶହ ପରିବାରର ଆର୍ଥିକ ବିକାଶ ଦିଗରେ ସଫଳତାର ଆଣିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସେହିପରି ଏହି କାର୍ଯ୍ୟକ୍ରମରେ ଉଦବୋଧନ ଦେଇ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା କହିଥିଲେ ଯେ “୧୦୦୦ ଜଳଉତ୍ସ କାର୍ଯ୍ୟକ୍ରମ”ର ଉଦ୍ଦେଶ୍ୟ ହେଉଛି ଦେଶର ଉପାନ୍ତ ଏବଂ ଅପହଞ୍ଚ ଇଲାକାରେ ରହୁଥିବା ଜନଜାତି ସମୁଦାୟର ଲୋକମାନଙ୍କ ନିକଟରେ ସ୍ୱଚ୍ଛ ଜଳ ଯଥେଷ୍ଟ ପରିମାଣରେ ଉପଲବ୍ଧ କରାଇବା। ପ୍ରାକୃତିକ ଜଳ ଉତ୍ସକୁ ଯୋଡ଼ି ଜଳସଂକଟର ସମାଧାନ କରିବା ଲାଗି ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ଯୋଜନା ମାଧ୍ୟମରେ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ପାଇଁ ଭିତ୍ତିଭୂମି ସୁବିଧା, ଚାଷ ଜମିକୁ ଜଳସେଚନ ସୁବିଧା, ଗୋଷ୍ଠୀ ସହଭାଗିତା ଜରିଆରେ ସାମୁଦାୟିକ ସ୍ୱଚ୍ଛତା କାର୍ଯ୍ୟକ୍ରମ, ଜନଜାତି ଲୋକମାନଙ୍କୁ ଜୀବନଜୀବିକା ଉପଲବ୍ଧ କରିବା ଲାଗି ଲକ୍ଷ୍ୟ ରଖାଯାଇଛି।

ସେ କହିଥିଲେ ଯେ ଜିଆଇଏସ ଆଧାରିତ ମାନଚିତ୍ରର ଅନଲାଇନ ପୋର୍ଟାଲ ଜରିଆରେ ସମସ୍ତ ତଥ୍ୟ ଅନଲାଇନ ପ୍ଲାଟଫର୍ମରେ ମିଳିପାରିବ। ବର୍ତମାନସୁଦ୍ଧା ୧୭୦ଟି ପ୍ରାକୃତିକ ଜଳଉତ୍ସର ତଥ୍ୟ ସ୍ପ୍ରିଙ୍ଗ ଆଟଲାସରେ ଅପଲୋଡ କରାଯାଇସାରିଲାଣି। ଏହି ଯୋଜନା ଅଧୀନରେ ଓଡ଼ିଶାର ତିନୋଟି ଜିଲ୍ଲା କଳାହାଣ୍ଡି, କନ୍ଧମାଳ ଓ ଗଜପତିର ୭୦ଜଣ ଜନଜାତି ଯୁବକଙ୍କୁ ତାଲିମ ଦିଆଯାଇଛି। ଏମାନଙ୍କୁ ସ୍ଥାନୀୟ ଜଳବିଜ୍ଞାନୀ ଭାବେ ପାରମ୍ପରିକ ଓ ବୈଜ୍ଞାନିକ ଜ୍ଞାନ ସହିତ ପ୍ରାକୃତିକ ଜଳଉତ୍ସ ଚିହ୍ନଟ, ମାନଚିତ୍ରଣ ଓ ସେଗୁଡ଼ିକର ପୁନରୁଦ୍ଧାର ଓ ସୁରକ୍ଷା ଲାଗି ପ୍ରଶିକ୍ଷଣ ଦିଆଯାଇଛି ବୋଲି ଶ୍ରୀ ମୁଣ୍ଡା କହିଥିଲେ । ଏହି ଅବସରରେ କେନ୍ଦ୍ର ଆଦିବାସୀ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ରେଣୁକା ସିଂ ସାଲୁତା, ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା , କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରାଳୟର ସଚିବ ଦୀପକ ଖଣ୍ଡଲକର ,ଅନୁସୂଚିତ ଜାତି ଓ ଜନଜାତ ସଚିବ ରଞ୍ଜନା ଚୋପ୍ରା, ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ତାଲିମ ପ୍ରତିଷ୍ଠାନର ନିର୍ଦ୍ଦେଶକ ଡକ୍ଟର ଅଖିଳ ବିହାରୀ ଓତା ପ୍ରମୁଖ ଉପସ୍ଥିତ ଥିଲେ ।