ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟ ସରକାରଙ୍କ ତରଫରୁ ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳ ବଦଳ ହୋଇଛି। ଏନେଇ ଆଜି ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସୂଚନା ଅନୁସାରେ ଖଣି ଓ ଇସ୍ପାତର ଅତିରିକ୍ତ ସଚିବ ରାଜ କୁମାର ଶର୍ମାଙ୍କୁ କୃଷି ଉତ୍ପାଦନ କମିସନର ଦାୟିତ୍ୱ ଦିଆଯାଇଛି। ସେହିପରି ଶ୍ରମ ଓ ଇଏସଆଇ ବିଭାଗର ମୁଖ୍ୟ ସଚିବ ଅନୁ ଗର୍ଗଙ୍କୁ ଜଳ ସମ୍ପଦ ବିଭାଗ ଓ ମହିଳା ଶିଶୁ ବିକାଶ ଓ ମିଶନ ଶକ୍ତି ଅତିରିକ୍ତ ସଚିବ ଦାୟିତ୍ୱ, ଏମଏସଏମଇ ସଚିବ ସତ୍ୟବ୍ରତ ସାହୁଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ, ଜଳ ସମ୍ପଦ ବିଭାଗର ମୁଖ୍ୟ ସଚିବ ସୁରେନ୍ଦ୍ର କୁମାରଙ୍କୁ ଇସ୍ପାତ ଏବଂ ଖଣି ବିଭାଗର ମୁଖ୍ୟ ସଚିବ ଓ କଟକ ବିକାଶ ପ୍ରାଧିକରଣ ଚେୟାରମ୍ୟାନ ଦାୟିତ୍ୱ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମୁଖ୍ୟ ସଚିବ ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ଇଏସଆଇ ବିଭାଗର ମୁଖ୍ୟ ସଚିବ ଦାୟିତ୍ୱ ଦିଆଯାଇଛି।