ଶେଷରେ ଜେଲ ଗଲେ ଏଏସପି ତ୍ରିନାଥ ମିଶ୍ର

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ପୁଲିସ କମ୍ୟୁନିକେସନ ଅତିରିକ୍ତ ଏସପି ତ୍ରିନାଥ ମିଶ୍ର ଜେଲ ଗଲେ । ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟ ଶ୍ରୀ ମିଶ୍ରଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛି । ଶ୍ରୀ ମିଶ୍ରଙ୍କ ତରଫରୁ ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ଜାମିନ ଆବେଦନ କରାଯାଇଛି । ଆସନ୍ତା ୨୧ରେ କୋର୍ଟ ଜାମିନ ଆବେଦନର ଶୁଣାଣି କରିବେ । ଅପ ଟୁ ଡେଟ କେସ ଡାଏରୀ ଦାଖଲ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।