ଭୁବନେଶ୍ଵର,ଏନ୍ଏନ୍ଏସ୍: ବିଧାନସଭାରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ମହାପ୍ରଭୁ ଜଗନ୍ନାଥଙ୍କ ଟଙ୍କାକୁ ଘରୋଇ ବ୍ୟାଙ୍କରେ ରଖିବା ପ୍ରସଙ୍ଗରେ ବିରୋଧୀ ଦଳ ଗୃହରେ ହଟ୍ଟଗୋଳ କରିଥିଲେ। ଏ ନେଇ ବାଚସ୍ପତି ୧୨.୩୦ ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।
ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆଜିଠୁ ଆରମ୍ଭ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ଶୋକପ୍ରସ୍ତାବ ଆଣିଥିଲେ। ୩ ଜଣ ପୂର୍ବତନ ବିଧାୟକଙ୍କ ପରଲୋକରେ ଗୃହରେ ସମସ୍ତ ସଦସ୍ୟ ପ୍ରଥମେ ଗୋଟିଏ ମିନିଟ ନୀରବ ପ୍ରାର୍ଥନା କରିଥିଲେ। ଏହାପରେ ଜଗନ୍ନାଥଙ୍କ ଟଙ୍କାକୁ ଘରୋଇ ବ୍ୟାଙ୍କରେ ରଖିବା ପ୍ରସଙ୍ଗରେ ବିରୋଧୀ କଂଗ୍ରେସ ଦଳ ହଟ୍ଟଗୋଳ କରିଥିଲେ। ଫଳରେ ଦିନ ୧୨.୩୦ ଯାଏଁ ବାଚସ୍ପତି ଗୃହ ମୁଲତବୀ ଘୋଷଣା କରିଛନ୍ତି ।