୧ରୁ ବିଧାନସଭାର ମୌସୁମୀ ଅଧିବେଶନ

  • ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ପହିଲାରୁ ବିଧାନସଭାର ମୌସୁମୀ ଅଧିବେଶନ ବସିବ। ଏହି ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିଛି। ଚଳିତଥର ମଧ୍ୟ କରୋନା ଗାଇଡଲାଇନ୍ ମଧ୍ୟରେ ଗୃହ ପରିଚାଳିତ ହେବ। ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଷୋଡ଼ଶ ବିଧାନସଭାର ସପ୍ତଦଶ ଅଧିବେଶନ ଆସନ୍ତା ସେପ୍ଟେମ୍ବର ୧ରୁ ୯ତାରିଖ ପର୍ଯ୍ୟନ୍ତ ଚାଲିବ। ସେପ୍େଟମ୍ବର ୩ତାରିଖକୁ ପ୍ରାଇଭେଟ୍ ମେମ୍ବର୍ସ ବିଜନେସ୍ ପାଇଁ ରଖାଯାଇଥିବାବେଳେ ଅନ୍ୟ ସମସ୍ତ ଦିନଗୁଡ଼ିକ ଅଫିସିଆଲ କାର୍ଯ୍ୟ ଦିବସ ରହିଛି। ୫ ତାରିଖ ରବିବାର ଛୁଟି ରହିବ। ବିଧାନସଭା ସଚିବ ଦାଶରଥୀ ଶତପଥୀଙ୍କ ଦ୍ୱାରା ଜାରି ସମନ ଅନୁସାରେ, ସେପ୍େଟମ୍ବର ୧ ତାରିଖ ପୂର୍ବାହ୍ନ ୧୧ଟାରେ ବିଧାନସଭା ଅଧିବେଶନ ଆରମ୍ଭ ପାଇଁ ରାଜ୍ୟପାଳ ସମନ ଜାରି କରିଛନ୍ତି।