ଗୃହରେ ପ୍ରବଳ ହଟ୍ଟଗୋଳ, ଦିନ ସାଢେ ୧୧ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ବି ଗୃହ ଆରମ୍ଭ ହେଉ ହେଉ ବିଭିନ୍ନ ପ୍ରସଙ୍ଗ ନେଇ ବିରୋଧୀ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ଦିନ ସାଢେ ୧୧ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି।

ଚାଷୀଙ୍କ ସମସ୍ୟା ସହ ଧାନ ମଣ୍ଡି ଅବ୍ୟବସ୍ଥାକୁ ନେଇ ବିଧାନସଭାରେ ଉଭୟ କଂଗ୍ରେସ ଓ ବିଜେପିର ସଦସ୍ୟମାନେ ହୋହାଲ୍ଲା କରିଥିଲେ। ଏହାର ପ୍ରତିବାଦରେ ଗୃହକୁ ମୁଲତବୀ କରାଯାଇଛି। ସୂଚନାଯୋଗ୍ୟ ଯେ, ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ, ଶକ୍ତି, କ୍ରୀଡ଼ା ଓ ଯୁବ କଲ୍ୟାଣ, ଶିଳ୍ପ, ସୂଚନା ପ୍ରଯୁକ୍ତି, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଆଦି ବିଭାଗର ପ୍ରଶ୍ନ ଉତ୍ତର କାଳ ରହିଛି। ବିଭାଗୀୟ ମନ୍ତ୍ରୀ ଗୃହରେ ବିରୋଧୀଙ୍କ ସମସ୍ତ ପ୍ରଶ୍ନର ଉତ୍ତର ରଖିବେ।

ଗତକାଲିର ଅଧିବେଶନ ଆରମ୍ଭ ପୂର୍ବରୁ କୋଟିଆ ପ୍ରସଙ୍ଗ ସହିତ ପେଟ୍ରୋଲ ଡିଜେଲ ଦର ବୃଦ୍ଧି ଓ ରାଜ୍ୟରେ ଆଇନଶୃଙ୍ଖଳାର ବିପର୍ଯ୍ୟୟ ସ୍ଥିତିକୁ ବିରୋଧ କରି କଂଗ୍ରେସ କକ୍ଷତ୍ୟାଗ କରିଥିଲା।