ଭୁବନେଶ୍ବର,ଏନ୍ଏନ୍ଏସ୍: ୩ ଦିନିଆ ଓଡିଶା ଗସ୍ତରେ ଆସିଥିବା ରେଳ ମନ୍ତ୍ରୀ ସରକାରୀ କାର୍ଯ୍ୟକ୍ରମ ପୂର୍ବରୁ ସ୍ୱର ସାମ୍ରାଜ୍ଞୀ ଭାରତ ରତ୍ନ ଲତା ମଙ୍ଗେଶକରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହା ପରେ ୨୦୨୨-୨୩ ଆର୍ଥିକ ବର୍ଷର କେନ୍ଦ୍ରୀୟ ବଜେଟକୁ ନେଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସେ କହିଛନ୍ତି, ଓଡ଼ିଶା ପାଇଁ ପ୍ରଧାନମନ୍ତ୍ରୀଙ୍କ ହୃଦୟରେ ବିଶେଷ ସ୍ଥାନ ରହିଛି। ଆଗରୁ ଓଡ଼ିଶାକୁ ଯେପରି ଅର୍ଥ ଦରକାର ଥିଲା, ତାହା ମିଳି ପାରୁନଥିଲା ମାତ୍ର ଆଜି ଯାହା ଦାବି କରାଯାଉଛି, ତାହାଠୁ ଅଧିକ ମିଳୁଛି।
