ବୈଜୟନ୍ତ ପଣ୍ଡା କରୋନାରେ ସଂକ୍ରମିତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଦେବାରୁ ସେ କରୋନା ଟେଷ୍ଟ କରାଇଥିଲେ ଯାହାର ରିପୋର୍ଟ ପଜିଟିଭ ଆସିଛି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏଥିସହିତ ଗତ କିଛିଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କରୋନା ଟେଷ୍ଟ କରାଇବାକୁ ଶ୍ରୀ ପଣ୍ଡା ପରାମର୍ଶ ଦେଇଛନ୍ତି।