ବାଲେଶ୍ୱର ଉପନିର୍ବାଚନ, ଆଜି ପ୍ରଚାର କରିବେ ଧର୍ମେନ୍ଦ୍ର ପ୍ରଧାନ

ବାଲେଶ୍ୱର, ଏନ୍ଏନ୍ଏସ୍: ବାଲେଶ୍ୱର ଉପନିର୍ବାଚନରେ ବିଜେପି ପାଇଁ ଆଜି ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ସେ ଦଳୀୟ ପ୍ରାର୍ଥୀ ମାନସ ଦତ୍ତଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ । ଗତକାଲି ତିର୍ତ୍ତୋଲରେ ମଧ୍ୟ ଭର୍ଚୁଆଲ୍ ରାଲି ମାଧ୍ୟମରେ ଜନସାଧାରଣଙ୍କୁ ସମ୍ବୋଧନ କରିଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପୂର୍ବରୁ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ବାଲେଶ୍ୱରରେ ପ୍ରଚାର କରିଛନ୍ତି । ଅନ୍ୟପକ୍ଷରେ ବିଜେଡି ପକ୍ଷରୁ ମଧ୍ୟ ପ୍ରଚାର ଜୋରଦାର କରଯାଉଛି। କଂଗ୍ରେସ ପ୍ରାର୍ôଥନୀ ମମତା କୁଣ୍ଡୁ ନିଜେ ଦୁଆର ଦୁଆର ବୁଲି ଭୋଟ୍ ଭିକ୍ଷା କରୁଛନ୍ତି । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ କଂଗ୍ରେସ ପ୍ରଭାରୀ ଏ. ଚେଲ୍ଲା କୁମାର ଆସି ପ୍ରଚାର କରିଛନ୍ତି ।