‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଂଗୀତ ମାନ୍ୟତା

କୀର୍ତ୍ତିମାଳିନୀ ଉତ୍କଳ ଜନନୀଙ୍କର ପବିତ୍ର ଆବାହନୀ ସଙ୍ଗୀତ। ଓଡିଆ ଜାତିର ଅସ୍ମିତା ଓ ସ୍ୱାବାଭିମାନର ସଙ୍ଗୀତ। ନୈସର୍ଗିକ ପ୍ରାକୃତିକ ଶୋଭା, ଅନନ୍ୟ କୀର୍ତ୍ତିରାଜିଓ ଉତ୍କୃଷ୍ଟ କଳା ବିମଣ୍ଡିତ, ଉତ୍କଳ ଜନନୀଙ୍କର ଜୟଗାନ ଏହି ସଙ୍ଗୀତକୁ ଅମୃତମୟ କରିବା ସହ କୋଟି କୋଟି ଓଡିଆଙ୍କୁ ଜାତି ପ୍ରେମର ସୁଦୃଢ ବନ୍ଧନରେ ବାନ୍ଧି ରଖିବା ସହ ଓଡିଶାର ଗୌରବକୁ ବିଶ୍ୱବ୍ୟାପୀ କରିବା ପାଇଁ ପ୍ରେରଣା ଦେଇ ଆସିଛି। ଦେଶାତ୍ମବୋଧ ଓ ଜାତୀୟତା ବୋଧ ହେଉଛି ଏହିସଙ୍ଗୀତର ଅନ୍ତଃସ୍ୱର।

କେଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବା ପାଇଁ ୨୦୨୦ ମଇ ୩୦ ତାରିଖ ଶନିବାର ସନ୍ଧ୍ୟା ୫ ଘଟିକା ୩୦ ମିନିଟ୍ ସମୟନ୍ଦର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିବେଦନକ୍ରମେ ଦେଶ ବିଦେଶର କୋଣ ଅନୁକୋଣରେ ରହୁଥିବା ଓଡିଆ ଭାଇ ଭଉଣୀମାନେ ଯେ ଭଳି ଏକତାନରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରି ଜାତି ପ୍ରେମର ନିଦର୍ଶନ ଦେଖାଇଛନ୍ତି ତାହା ଅତୁଳନୀୟ। ଉତ୍କଳ ଜନନୀଙ୍କ ବନ୍ଦନାରେ ସେ ଦିନ ଗାଁ, ସହର, ନଗର, ପଲ୍ଲୀ ମୁଖରିତ ହୋଇ ଉଠିଥିଲା।

ଓଡିଆ ସାହିତ୍ୟ ଜଗତର ମଉଡମଣି କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର କାଳଜୟୀ ସୃଷ୍ଟି ‘ବନ୍ଦେ ଉତ୍କଳ ଜନନୀ’। ଏହି ସଙ୍ଗୀତର ପ୍ରତିଟି ଶବ୍ଦରେ ଭରିରହିଛି ଦେଶ ଭକ୍ତିର ଅଫୁରନ୍ତ ଶକ୍ତି ଓ ସୌନ୍ଦର୍ଯ୍ୟ, ଆଗକୁ ବଢିବା ପାଇଁ ଅଦମୟ ପ୍ରେରଣା। କାନ୍ତକବିଙ୍କର ଏହି କାଳଜୟୀ ରଚନା ‘ବନ୍ଦେ ଉତ୍କଳ ଜନନୀ’ ୧୯୧୨ ମସିହାରୁ ଉତ୍କଳ ସମ୍ମିଳନୀର ବିଭିନ୍ନ ଅଧିବେଶନରେ ଗାନ ହୋଇଆସୁଛି। ସେହିପରି ୧୯୩୬ ଏପ୍ରିଲ ପହିଲାରେ ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠିତ ହେବା ସମୟରୁ ବନ୍ଦେ ଉତ୍କଳ ଜନନୀ ରାଜ୍ୟ ସଙ୍ଗୀତ ଭାବରେ ପ୍ରତିଟି ଓଡିଆର ହୃଦୟରେ ଓ ଭାବନାନ୍ଦର ରହି ଆସିଅଛି।

ଏହି ପରିପ୍ରେକ୍ଷୀରେ କୋଭିଡ଼ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ସହ ସେମାନଙ୍କୁ ଉତ୍ସାହିତ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିବେଦନ କ୍ରମେ ୨୦୨୦ ମଇ ୩୦ ତାରିଖ ଶନିବାର ସନ୍ଧ୍ୟା ୫ଟା ୩୦ମିନିରେ ସମଗ୍ର ଓଡିଆ ଜାତି ସମ୍ପୂର୍ଣ୍ଣ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ କରି ଓଡିଆ ସବାଭିମାନକୁ ନଭଶ୍ଚୁମ୍ବୀ କରିପାରିଛନ୍ତି।

ଏହି ଐତିହାସିକ ମୁହୂର୍ତ୍ତକୁ ଚିରସ୍ଥାୟୀ କରିବା ପାଇଁ ଏହି ସଂଗୀତକୁ ରାଜ୍ୟ କ୍ୟାବିନେଟରେ ରାଜ୍ୟ ସଂଗୀତ ଭାବେ ସରକାରୀ ମାନ୍ୟତା ଦେବା ପାଇଁ ନିଷ୍ପତ୍ତି ହୋଇଛି।

୧) କାନ୍ତକବିଙ୍କ ରଚିତ ସମ୍ପୂର୍ଣ୍ଶ ର୍ଗୀତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତ ଭାବରେ ଗ୍ରହଣ କରାଗଲା।

୨) ଏହି ସଙ୍ଗୀତ ଗାୟନର ଅନୁମୋଦିତ ସ୍ୱର, ଶୈଳୀ ତଥା ରେକର୍ଡିଂ ଓଡିଶା ସରକାରଙ୍କର ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ୱାରା ପ୍ରସ୍ତତୁ କରାଯିବା ପାଇଁ ସ୍ଥିର
କରାଗଲା।

୩) ଏହାର ଗାୟନ ଅବଧି ସ୍ୱର ତଥା ଶୈଳୀ ଉପରୋକ୍ତ ରେକର୍ଡିଂ ପ୍ରକାରେ ନିର୍ଦ୍ଧାରିତ ହେଲା।

୪) ରାଜ୍ୟ ସରକାରଙ୍କର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ, ବିଧାନସଭାର ଅଧିବେଶନ ଏବଂ ଅନ୍ୟାନ୍ୟ ସ୍ୱତନ୍ତ୍ର ଭାବରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଏହି ସଙ୍ଗୀତର
ବିନା ବାଦ୍ୟନ୍ଦର ପ୍ରସ୍ତତୁ ଅନୁମୋଦିତ ସଂସ୍କରଣ ଗାନ କରାଯିବ।

୫) ବିଦ୍ୟାଳୟ, ମହାବିଦ୍ୟାଳୟ, ଅନ୍ୟାନ୍ୟ ସଭାସମିତି ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ପୃଷ୍ଠସଂଗୀତ କିମ୍ବା ବାଦ୍ୟଯନ୍ତ୍ର ସଂଗୀତ ସହିତ ଏହାକୁ ପରିବେଷଣ/ଗାନ
କରାଯିବ।

୬) ଉଦଘାଟନୀ, ଉଦଯାପନୀ ଓ ଉଦବୋଧନୀ ସଂଗୀତ ଭାବରେ ଏହା ଗାନ କରାଯିବା ସମୟରେ ଏହି ରାଜ୍ୟ ସଂଗୀତ ପ୍ରତି ସମ୍ମାନ ପ୍ରଦର୍ଶନ ପୂର୍ବକ ଉପସ୍ଥିତ ସମସ୍ତେ ସଂଗୀତ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଦଣ୍ଡାୟମାନ ରହିବେ। ମାତ୍ର ବୟସ୍କ, ଅସୁସ୍ଥ, ଭିନ୍ନକ୍ଷମ, ର୍ଗଭବତୀ ମହିଳା ଯେଉଁମାନେ ନିଜର ଉପରୋକ୍ତ ଅକ୍ଷମତା କାରଣରୁ ଦଣ୍ଡାୟମାନ ହେବାରେ ଅସୁବିଧା ଅନୁଭବ କରୁଥିବେ ସେମାନେ ଏହି ସଂଗୀତ ପରିବେଷଣ/ଗାନ ସମୟନ୍ଦର ନିଜ ସ୍ଥାନରେ ନମ୍ର ଭାବରେ ବସି ରହି ଏଥିପ୍ରତି ସମ୍ମାନ ପ୍ରଦର୍ଶନ କରିପାରିବେ। ଶିଶୁମାନଙ୍କୁ ମଧ୍ୟ ଏହି ସଂଗୀତ ପରିବେଷଣ/ଗାନ ସମୟରେ ଦଣ୍ଡାୟମାନ ରହିବାରୁ ଅବ୍ୟାହତି ଦିଆଗଲା।

୭) ଏହି ସଂଗୀତ ପୁଲିସ ବ୍ୟାଣ୍ଡ, ବଂଶୀ, ସିତାର ଭଳି ବିଭିନ୍ନ ବାଦ୍ୟଯନ୍ତ୍ର ମାଧ୍ୟମରେ ମଧ୍ୟ ପରିବେଷଣ କରାଯିବ।

୮) ଏହି ସଂଗୀତର ପ୍ରଚାର ପ୍ରସାର ତଥା ଅଭିବୃଦ୍ଧି ନିମନ୍ତେ ଏହାର ସୃଜନାତ୍ମକ ପରିବେଷଣ ଉପରେ କୌଣସି କଟକଣା ରହିବ ନାହିଁ।

୯) ବିଦ୍ୟାଳୟ ଓ ମହାବିଦ୍ୟାଳୟ ପାଠ୍ୟକ୍ରମରେ ଏହି ସଂଗୀତକୁ ଅନ୍ତର୍ଭୁକ୍ତ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦିଆଗଲା।