ବାଣପୁର ଗ୍ୟାସ ସିଲିଣ୍ଡର ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ସହାୟତା ଘୋଷଣା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତକାଲି ବାଣପୁରର ଗମ୍ଭାରୀମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏତଦବ୍ୟତୀତ ଉକ୍ତ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ବ୍ୟକ୍ତିଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ସୂଚନାଯୋଗ୍ୟ, ଗତକାଲି ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟି ଗୋଟିଏ ପରିବାରର ୭ଜଣଙ୍କ ସମେତ ୧୦ଜଣ ଆହତ ହୋଇଛନ୍ତି।