କର୍ଣ୍ଣାଟକ,ଏଜେନ୍ସି: କର୍ଣ୍ଣାଟକକୁ ମିଳିଲା ନୂଆ ମୁଖିଆ। ଆଜି ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମାଇ। ତାଙ୍କୁ ପଦ ଓ ଗୋପନୀୟତାର ଶପତପାଠ କରାଇଛନ୍ତି ରାଜ୍ୟପାଳ ଥାବର ଚନ୍ଦ୍ର ଗେହଲଟ। ଗତକାଲି ବାସବରାଜ ବୋମାଇଙ୍କୁ ଭାରତୀୟ ଜନତା ପାର୍ଟି (ବିଜେପି) ବିଧାୟକ ଦଳର ନେତା ଭାବେ ଚୟନ କରାଯାଇଥିଲା।
ଉତ୍ତର କର୍ଣ୍ଣାଟକରୁ ଆସିଥିବା ଲିଙ୍ଗାୟତ ନେତା ବାସବରାଜ ବୋମାଇ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍ ଆର ବୋମାଇଙ୍କ ପୁତ୍ର। ଏସ୍ ଆର ବୋମାଇ ୧୯୮୮ରୁ ୧୯୮୯ ମଧ୍ୟରେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଥିଲେ।
୬୧ ବର୍ଷୀୟ ବାସବରାଜ ବୋମାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦିୟୁରପ୍ପାଙ୍କ ନେତୃତ୍ୱରେ ପରିଚାଳିତ ସରକାରରେ ଗୃହ, ଆଇନ, ସଂସଦୀୟ ଏବଂ ବଧାୟୀ କାର୍ଯ୍ୟ ବିଭାଗରେ ମନ୍ତ୍ରୀ ଦାୟିତ୍ୱ ନେଇଛନ୍ତି।