ଭୁବନେଶ୍ୱର,ଏନ୍ଏନ୍ଏସ୍: ବାତ୍ୟାପ୍ରବଣ ମେ’ ମାସ ପାଇଁ ପ୍ରସ୍ତୁତ ରହିବାକୁ ୧୧ଟି ବିଭାଗ ଓ ସମସ୍ତ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ପ୍ରସ୍ତୁତି ଓ ନିର୍ଦ୍ଦେଶ ନେଇ ଏସଆରସି ସତ୍ୟବ୍ରତ ସାହୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । କାଲିଠାରୁ ଜିଲ୍ଲାମାନଙ୍କରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଚାଲିଛି । ଏନଡିଆରଏଫ୍ ଓ ଓଡ୍ରାଫ ପର୍ଯ୍ୟାପ୍ତ ପରିମାଣରେ ପ୍ରସ୍ତୁତ ରହିଛନ୍ତି ବୋଲି ଏସଆରସି କହିଛନ୍ତି ।
ସୂଚନାଯୋଗ୍ୟ, ବଙ୍ଗୋପସାଗରରେ ଆସନ୍ତା ୬ ତାରିଖ ସୁଦ୍ଧା ଘୂର୍ଣ୍ଣବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଘୂର୍ଣ୍ଣବଳୟ ସୃଷ୍ଟିର ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ହୋଇପାରେ ।