ଭବାନୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,ଏନ୍ଏନ୍ଏସ୍ : ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କ ଦେହାନ୍ତ। ପୂର୍ବତନ ସାଂସଦ, ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କ ପରଲୋକ ଘଟିଛି। ୯୮ବର୍ଷ ବୟସରେ ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲରେ ପରଲୋକ ଘଟିଛି। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ରାଜ୍ୟ ସଭାକୁ ତିନିଥର ନିର୍ବାଚିତ ହୋଇଥିଲେ ଭବାନୀ ଚରଣ ପଟ୍ଟନାୟକ। ୧୯୬୧, ୧୯୬୬ ଏବଂ ୧୯୭୮ ମସିହାରେ ସେ ରାଜ୍ୟସଭାକୁ ଯାଇଥିଲେ। ୨୦୧୮ ମସିହାରେ ପଦ୍ମଶ୍ରୀରେ ସମ୍ମାନୀତ ହୋଇଥିଲେ। ୧୯୨୨ ମସିହା ମାର୍ଚ୍ଚ ୧୧ତାରିଖରେ ପୁରୀ ଜିଲ୍ଲା ନିମାପଡ଼ା ବ୍ଲକ୍ ଅଣ୍ଢିଆ ଗ୍ରାମରେ ତାଙ୍କର ଜନ୍ମ ହୋଇଥିଲା।