ଆଜିଠୁ ୩ ମାସ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର,ଏନ୍ଏନ୍ଏସ୍: ଆଜିଠୁ ୩ ମାସ ପର୍ଯ୍ୟନ୍ତ ବନ୍ଦ ରହିବ ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ବିରଳ ବଉଳା କୁମ୍ଭୀରଙ୍କ ପାଇଁ ଭିତରକନିକା ପ୍ରସିଦ୍ଧି ଥିବାରୁ ପ୍ରତିବର୍ଷ ଦେଶ ବିଦେଶରୁ ପର୍ଯ୍ୟଟକମାନେ ଏଠାକୁ ଆସିଥାନ୍ତି।

ଏହି ୩ ମାସରେ କୁମ୍ଭୀରମାନେ ସ୍ଥଳ ଭାଗକୁ ଉଠି ସୁରକ୍ଷିତ ସ୍ଥାନ ଦେଖି ବସା ବାନ୍ଧି ଅଣ୍ତା ଦେଇଥାନ୍ତି। ଏହି ତିନିମାସ ହେଉଛି ବିରଳ କୁମ୍ଭୀରଙ୍କ ପ୍ରଜନନ ଋତୁ। ଯେଉଁ ସମୟରେ ମା’ କୁମ୍ଭୀର ଅଧିକ ହିଂସ୍ର ହୋଇଥାଏ। ଏହି ସମୟରେ ପର୍ଯ୍ୟଟକମାନେ ବୁଲିବାକୁ ଆସିଲେ ପର୍ୟ୍ୟଟକଙ୍କ ପ୍ରତି ବିପଦ ଥାଏ। ତେଣୁ ଆଜିଠାରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ କରାଯାଇଛି। ଏନେଇ ଭିତରକନିକା ଜାତୀୟ ଉଦ୍ୟାନ କର୍ତ୍ତୃପକ୍ଷ ସୂଚନା ପ୍ରଦାନ କରିଛନ୍ତି।