ଖୋଲିଲା ଭୁବନେଶ୍ୱର ଏମ୍ସ ଓପିଡି

  • ଭୁବନେଶ୍ୱର: ସୋମବାରଠାରୁ ଭୁବନେଶ୍ୱର ଏମ୍ସ ଓପିଡି ଖୋଲିଛି। ଦ୍ୱିତୀୟ ଲହର ସଂକ୍ରମଣ ଯୋଗୁଁ ବନ୍ଦ ଥିବା ଅଖିଳ ଭାରତୀୟ ଆର୍ୟୁବିଜ୍ଞାନ ସଂସ୍ଥାନର ବର୍ହିବିଭାଗ ଆଜି ଖୋଲିଛି। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରାରମ୍ଭିକ ପର୍ଯ୍ୟାୟରେ ଅଧିକ ରୋଗୀଙ୍କୁ ଚିକିତ୍ସା ପାଇଁ ଅନୁମତି ମିଳିବ ନାହିଁ। ପ୍ରତି ବିଭାଗ ବହିର୍ବିଭାଗରେ ଦୈନିକ ୪୦ରୁ ୫୦ ଲେଖାଏଁ ରୋଗୀଙ୍କୁ ଚିକିତ୍ସା କରାଯିବ ବୋଲି ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି। ତାଲାବନ୍ଦ ଖୋଲିବାର ପରବର୍ତ୍ତୀ ସମୟରେ ସ୍ଥିତି ଉପରେ ସମୀକ୍ଷା କରାଯାଇ ବହିର୍ବିଭାଗରେ ଧୀରେ ଧୀରେ ଅଧିକ ରୋଗୀଙ୍କ ଚିକିତ୍ସା ପାଇଁ ଅନୁମତି ଦିଆଯିବ।