ଭୁବନେଶ୍ୱରରେ ୪୦ ଡିଗ୍ରୀ ଟପିଲା ତାତି

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜଧାନୀ ଭୁବନେଶ୍ୱରରେ ଆଜି ତାପମାତ୍ରା ୪୦ ଡିଗ୍ରୀ ଟପିଛି । ଚଳିତ ବର୍ଷ ପ୍ରଥମଥର ପାଇଁ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବା ଜଣାପଡ଼ିଛି । ଭୁବନେଶ୍ୱରର ତାପମାତ୍ରା ୪୦.୪ ଡିଗ୍ରୀ ରହିଥିବାବେଳେ ଝାରସୁଗୁଡ଼ାରେ ସର୍ବାଧିକ ୪୦.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ସମ୍ବଲପୁରରେ ୪୦.୬, ହୀରାକୁଦ ୩୯.୨, ଚାନ୍ଦବାଲି ୩୮.୪ ଡିଗ୍ରୀ ତାପମାତ୍ରା ରହିଛି ।