ଭୁବନେଶ୍ୱର, ଏନ୍ଏନ୍ଏସ୍: ବିରୋଧୀ ଦଳଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଆଜି ସରିଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଗୃହରେ ୧୧,୭୦୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ ପାରିତ ହୋଇଛି। ଏହି ବିଲ୍ ପାରିତ ହେବା ପରେ ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ।
ମୁଲତବି ପ୍ରସ୍ତାବକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏବଂ ବିଜେଡି ବିଧାୟକ ଅମର ଶତପଥୀ ସମର୍ଥନ କରିଥିଲେ। ପ୍ରକାଶ ଯେ, ଗତ ୨୦ ତାରିଖରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବାର ଥିଲା । ମାତ୍ର ୧୦ ଦିନ ଚାଲିବା ପରେ ନିର୍ଦ୍ଧାରିତ ସମୟ ପୂର୍ବରୁ ବିଧାନସଭାର ଶୀତ ଅଧିବେଶନ ଶେଷ ହୋଇଯାଇଛି ।