ଆତ୍ମହତ୍ୟା ଉଦ୍ୟମ କଲେ ବିଦ୍ୟାଶ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ସମାଜ ସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ଆଉ ଏକ ଟ୍ୱିଷ୍ଟ ସାମ୍ନାକୁ ଆସିଛି। ଆଜି ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ନିଦ ବଟିକା ଖାଇ ବିଦ୍ୟାଶ୍ରୀ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଏଥିରେ ସେ ଗୁରୁତର ହେବାରୁ ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ମାନସିକ ନିର୍ଯାତନା ସହି ନପାରି ଆତ୍ମହତ୍ୟା ଉଦ୍ୟମ କରୁଥିଲେ ବୋଲି ସେ ନିଜେ ନିଜ ଫେସବୁକ୍ ଆକାଉଣ୍ଟରେ ପୋଷ୍ଟ କରିଛନ୍ତି ।