ପାଟଣାଗଡ଼,ଏନ୍ଏନ୍ଏସ୍: ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ପାଟଣାଗଡ଼ ବିଜୁ ମହିଳା ଜନତା ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଭାପତି ବିଦିସ୍ମିତା ମହାକୁଡ଼ଙ୍କ ନେତୃତ୍ୱରେ ସ୍ଥାନୀୟ ବିଜୁ ଜନତା ଦଳ କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରା ବାହାରି ଉପଜିଲ୍ଲାପାଳ ଅଫିସରେ ପହଂଚିଥିଲା। ଏହି ସମୟରେ କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ବିଭିନ୍ନ ସ୍ଲୋଗାନ ଦିଆଯାଇଥିଲା। ପରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପାଟଣାଗଡ଼ ଉପଜିଲ୍ଲାପାଳ ବିଜୟାନନ୍ଦ ସେଠୀଙ୍କୁ ଦାବୀପତ୍ର ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଜୁ ମହିଳା ଜନତା ଦଳର ବହୁ କର୍ମକର୍ତ୍ତା ସାମିଲ ହୋଇଥିଲେ।