ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ଜଣେ ମୃତ

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ଝାରବେଡ଼ା ଛକ ନିକଟରେ ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ତୁରୁମୁଙ୍ଗା ଥାନା ବୁଢ଼ୀକାପୁଡ଼ି ଗ୍ରାମର ଅଭିଜିତ ମହାନ୍ତ। ଅଭିଜିତ କେନ୍ଦୁଝରରୁ ନିଜ ଘରକୁ ଫେରୁଥିବାବେଳେ ଝାରବେଡ଼ା ଛକ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ତେବେ ୪୯ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣ କାର୍ଯ୍ୟ ମୋଣ୍ଟେକାର୍ଲ ନାମକ ଏକ ସଂସ୍ଥା କରୁଥିବାବେଳେ ବ୍ୟାପକ ତ୍ରୁଟି ଓ ରାସ୍ତା କଡ଼ରେ ମାଟି ଗଦା କରି ରଖିଥିବାରୁ ବାରମ୍ବାର ଦୁର୍ଘଟଣା ଘଟି ଜୀବନ ହାନି ହେଉଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ତେଣୁ ବିଭାଗୀୟ କର୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ରାସ୍ତାରେ ସତର୍କ ସୂଚକ ଲଗାଇବାକୁ ଦାବୀ ହୋଇଛି ।