ବିନିକା,ଏନ୍ଏନ୍ଏସ୍: କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧିକୁ ଲକ୍ଷରେ ରଖି ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରକୁ ଆସନ୍ତା ୭୨ ଘଣ୍ଟା ପାଇଁ ସଟଡାଉନ ଘୋଷଣା କରାଯାଇଛି। ତେବେ ଆଜି ସକାଳ ୬ଟାରୁ ଏହି ବନ୍ଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ସମୟରେ ଜରୁରୀକାଳୀନ ସେବାକୁ ବାଦ ଦେଲେ ସମସ୍ତ ଦୋକାନ ବଜାର ବନ୍ଦ ରହିବ।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ସୁବର୍ଣ୍ଣପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୪୮୯ରେ ପହଞ୍ଚିଛି। ସେଥିମଧ୍ୟରୁ ୭୨୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୭୬୦ ଜଣ ଚିକିତ୍ସାଧୀନ ରହିଥିବାବେଳେ ୩ ଜଣଙ୍କ ମୃତ୍ୟୁ ହୋଇଛି।