‘ବିପର୍ଯ୍ୟୟ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ

ଗୁଜରାଟ: ବାତ୍ୟା ‘ବିପର୍ଯ୍ୟୟ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ସୌରାଷ୍ଟ୍ର ଓ କଚ୍ଛ କ୍ଷେତ୍ରରେ ଆରମ୍ଭ ହୋଇଛି । ମଧ୍ୟରାତ୍ରି ପର୍ଯ୍ୟନ୍ତ ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ । ପବନର ବେଗ ଏବେ ଘଣ୍ଟାପ୍ରତି ୧୧୫ରୁ ୧୨୫ କିମି ରହିଛି । ଗୁଜରାଟ ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି । ଏନେଇ ଆଇଏମଡି ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।