୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

ଭୁବନେଶ୍ୱର,ଏନ୍ଏନ୍ଏସ୍: କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ନୂଆ ହୋଇ ଯୋଡ଼ି ହୋଇଥିବା ମୟୂରଭଞ୍ଜ ଏମପି ବିଶ୍ୱେଶ୍ୱର ଟୁଡୁ ଆଜି ଠାରୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ସମୟରେ ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ ବିଭିନ୍ନ ସ୍ଥାନ ଗସ୍ତ କରି ଦଳୀୟ ଏବଂ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ।

ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଥମେ ଲିଙ୍ଗରାଜଙ୍କୁ ଦର୍ଶନ କରିବେ ପରେ ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି। ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରିବେ। ଏହାପରେ ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗଦେବେ। ସୁଚନା ଅନୁସାରେ ପୂର୍ବରୁ ଓଡ଼ିଶାଗ୍ରସ୍ତର କାର୍ଯ୍ୟକ୍ରମ ରହିଥିଲେ ମଧ୍ୟ ତାଙ୍କର ଦେହ ଅସୁସ୍ଥତା କାରଣ ପାଇଁ ସେ ଆସିପାରିନଥିଲେ।