ବିଜେଡି ପକ୍ଷରୁ ଦଳୀୟ ପଦାଧିକାରୀ ତାଲିକା ଜାରି

ଭୁବନେଶ୍ୱର,ଏନ୍ଏନ୍ଏସ୍: ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ଦଳର ବରିଷ୍ଠ କର୍ମକର୍ତ୍ତାଙ୍କୁ ନିଯୁକ୍ତି ଦେଇଛନ୍ତି। ଏଥିରେ ୮ଜଣଙ୍କୁ ବରିଷ୍ଠ ଉପସଭାପତି, ୯ଜଣଙ୍କୁ ସଭାପତି ଓ ଜଣଙ୍କୁ ସାଧାରଣ ସମ୍ପାଦକ ଭାବେ ଦାୟିତ୍ୱ ମିଳିଛି।

ବରିଷ୍ଠ ଉପସଭାପତି ଭାବେ ଅନଙ୍ଗ ଉଦୟ ସିଂଦେଓ, ପ୍ରସନ୍ନ ଆଚାର୍ଯ୍ୟ, ପ୍ରସନ୍ନ ପାଟ୍ଟଶାଣୀ, ପ୍ରଫୁଲ୍ଲ ସାମଲ, ବିଜୟଶ୍ରୀ ରାଉତରାଉ, ଲାଲବିହାରୀ ହିମିରିକା, ଅନନ୍ତ ଦାସ ଓ ବିମ୍ବାଧର କୁଅଁର ରହିଛନ୍ତି। ସେହିପରି ଉପସଭାପତି ଭାବେ ମଙ୍ଗଳା କିଷାନ୍, ସୌମ୍ୟରଞ୍ଜନ ପଟ୍ଟନାୟକ, ଦେବୀପ୍ରସାଦ ମିଶ୍ର, ବିକ୍ରମ କେଶରୀ ଆରୁଖ, ଉଷାଦେବୀ, ପ୍ରମିଳା ମଲ୍ଲିକ, ବଦ୍ରୀ ନାରାୟଣ ପାତ୍ର, ପ୍ରଦୀପ କୁମାର ଅମାତ ଓ ପଦ୍ମନାଭ ବେହେରାଙ୍କୁ ନିଯୁକ୍ତି ମିଳିଛି। ଅନ୍ୟପଟେ ସଞ୍ଜୟ ଦାସ ବର୍ମାଙ୍କୁ ସାଧାରଣ ସମ୍ପାଦକ ଦାୟିତ୍ୱ ହସ୍ତାନ୍ତର କରାଯାଇଛି।

ସେହିପରି ମଙ୍ଗଳା କିଷାନଙ୍କୁ ଜନଜାତି ସଶକ୍ତିକରଣ ଓ ସଂଖ୍ୟାଲଘୁ ବ୍ୟାପାର ଦାୟିତ୍ୱ ମିଳିଥିବାବେଳେ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ କଳା, ସଂସ୍କୃତି ଓ ମାନବ ସମ୍ବଳ ବିକାଶ ଦାୟିତ୍ୱ ମିଳିଛି। ସେହି କ୍ରମରେ ଦେବୀ ପ୍ରସାଦ ମିଶ୍ରଙ୍କୁ ଓଡ଼ିଶା ମୋ ପରିବାର, ବିକ୍ରମ କେଶରୀ ଆରୁଖଙ୍କୁ ମୋ ପରିବେଶ, ଉଷା ଦେବୀଙ୍କୁ ସାମାଜିକ ମଙ୍ଗଳ ଦାୟିତ୍ୱ ହସ୍ତାନ୍ତର କରାଯାଇଛି। ପ୍ରମିଳା ମଲ୍ଲିକଙ୍କୁ ମହିଳା ସଶକ୍ତିକରଣ, ବଦ୍ରି ନାରାୟଣ ପାତ୍ରଙ୍କୁ ଆଞ୍ଚଳିକ ଉନ୍ନୟନ, ପ୍ରଦୀପ କୁମାର ଅମାତଙ୍କୁ ସଶକ୍ତ ଓଡ଼ିଶା ଦାୟିତ୍ୱ ଓ ପନ୍ମନାଭ ବେହେରାଙ୍କୁ ତଫସିଲଭୁକ୍ତ ଜାତି ସଶକ୍ତିକରଣ ଦାୟିତ୍ୱ ମିଳିଛି।