ବିଜେଡି ତରଫରୁ ରକ୍ତଦାନ ଶିବିର

ରାୟଗଡ଼ା,ଏନ୍ଏନ୍ଏସ୍: ‘ଓଡିଶା ମୋ ପରିବାର’ ଓ ବିଜୁ ଜନତା ଦଳ ରାୟଗଡା ତରଫରୁ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ଏହି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଅନୁସୂଚିତ ଜାତି ଓ ଜନଜାତି ତଥା ପଛୁଆବର୍ଗ ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା ରକ୍ତଦାନ ଶିବିରର ଉଦଘାଟନ କରିଥିଲେ। ବିଜେଡି କର୍ମୀ ଓ ଜନସାଧାରଣ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ। ଏଥିରେ ୫୧ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କମିଟିର ଉପଦେଷ୍ଟା ତଥା ଜିଲ୍ଲା ବିଜେଡି ସଭାପତି ସୁଧୀର ଦାଶ, ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗଙ୍ଗାଧର ପୁଆଲା, ବିନାୟକ କର, ବି.ତିରୁପତି, ବିଜୁ ଯୁବ ଜନତା ଦଳ ସଭାପତି ଦେବାଶିଷ ଖାଡଙ୍ଗା, ସମ୍ପାଦକ ତପନ ପେଦେଟିଂ, ବରିଷ୍ଠ ନାରୀନେତ୍ରୀ ସୁଜାତା ପାଳ, ମଞ୍ଜୁଶ୍ରୀ ମୁଖାର୍ଜି ପ୍ରମୁଖ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ରାୟଗଡା ମୁଖ୍ୟ ଚିକିତ୍ସାଳୟର ବ୍ଲଡ ବ୍ୟାଙ୍କ ଅଧିକାରୀ ଏସକେ ମାଜିଦଙ୍କ ତତ୍ୱାବଧାନରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା।