ବାରିପଦା,ଏନ୍ଏନ୍ଏସ୍: କୋରନା ମହାମାରୀ ସମୟରେ ବିଜୁ ଯୁବ ଛାତ୍ର ଜନତା ଦଳର କର୍ମୀମାନେ ଉତ୍ସାହର ସହ ସାନ୍ତାଳୀ ଭାଷା ଦିବସ ପାଳନ କରିଛନ୍ତି। ଏହି ଅବସରରେ ଜିଲ୍ଲା ଯୁବ ବିଜେଡି ସଭାପତି ଅରୁଣ ବରାଡଙ୍କ ନେତୃତ୍ୱରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ଏକ ମେଗା ରକ୍ତଦାନ ଶିବିର ଆୟୋଜନ କରାଯାଇ ମୋଟ ୩୬୪ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା। ଦଳର ସାଂଗଠନିକ ସମ୍ପାଦକ ତଥା ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ପ୍ରଣବ ପ୍ରକାଶ ଦାସ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ବିଜୁ ଭବନଠାରେ ଆୟୋଜିତ ରକ୍ତଦାନ ଶିବିରରେ ଯୋଗ ଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ।
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ତଥା ଜିଲ୍ଲା ବିଜେଡି ସଭାପତି ସୁଦାମ ମାର୍ଣ୍ଡିଙ୍କ ସଭାପତିତ୍ୱରେ ଆୟୋଜିତ ସ୍ମୃତି ସଭାରେ ରାଜ୍ୟସଭା ସାଂସଦ ତଥା ଦଳର ମୁଖପାତ୍ର ଡ. ସସ୍ମିତ ପାତ୍ର, ସାଂସଦ ଚନ୍ଦ୍ରାଣୀ ମୁର୍ମୁ, ପୂର୍ବତନ ସାଂସଦ ସରୋଜିନୀ ହେମ୍ବ୍ରମ, ପୂର୍ବତନ ଉପ-ବାଚସ୍ପତି ସାନନ୍ଦ ମାର୍ଣ୍ଡି, ପୂର୍ବତନ ବିଧାୟକ ଭାଦବ ହାଁସଦା, ଶ୍ରୀନାଥ ସରେନ, ଗଣେଶ୍ୱର ପାତ୍ର, ପ୍ରମିଳା ମହାନ୍ତି, ସୁବ୍ରତ ଥାଟୋଇ, ସାମ୍ବାଦିକ ଅମିତ ମଲ୍ଲିକ, ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ଦେବାଶିଷ ମାର୍ଣ୍ଡି, ଓଡ଼ିଶା ମୋ ପରିବାର-ଜୀବନବିନ୍ଦୁ ସଂଯୋଜକ ଦେବାଶିଷ ମହାନ୍ତି, ରାଜ୍ୟ ବିଜେଡି ସମ୍ପାଦକ କୃଷ୍ଣଚନ୍ଦ୍ର ଦାସ, ସୁବ୍ରମଣ୍ୟମ ମହାନ୍ତି, ପୂର୍ବତନ ନଗରପାଳ କୃଷ୍ଣାନନ୍ଦ ମହାନ୍ତି, ରାଜ ଶିବନାରାୟଣ କିସ୍କୁ, ପୂର୍ବତନ ଉପ-ନଗରପାଳ ଜିତେନ୍ଦ୍ର ମହାନ୍ତି ଓ ଦୀପ୍ତିଲତା ମିଶ୍ର, ଶୈଳେନ୍ଦ୍ର ପାତ୍ର, ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ପ୍ରଭାତ ନାୟକ, ଜିଲ୍ଲା ସଦର ବିଜେଡି ସଭାପତି କାଶୀନାଥ ହେମ୍ବ୍ରମ ପ୍ରମୁଖଙ୍କ ସହ ଅନ୍ୟ କର୍ମୀମାନେ ମଧ୍ୟ ଉପସ୍ଥିତ ଥିଲେ।