ଭୁବନେଶ୍ୱର,ଏନ୍ଏନ୍ଏସ୍: ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ତଥା ବିଜେଡି ନେତା ସୁବାସ ଚୌହାନଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ମାତ୍ର ୫୪ ବର୍ଷ ହୋଇଥିଲା। ଲୀଭର କ୍ୟାନ୍ସରରେ ପୀଡ଼ିତ ଥିବାରୁ ସେ ଦୀର୍ଘଦିନରୁ ଅସୁସ୍ଥ ଥିବାବେଳେ ଏପ୍ରିଲ ୩୦ ତାରିଖରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତକାଲି ବିଳମ୍ବିତ ରାତି ୩ଟା ୫ରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୁବାସଙ୍କ ବିୟୋଗରେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ହିଁ ସେ ବିଜେଡିରେ ଯୋଗ ଦେଇଥିଲେ।