ଜଗଦୀପ ଧନକର ହେଲେ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ: ବିଜେପି ସଂସଦୀୟ ବୋର୍ଡ ବୈଠକ ଆଜି ଦିଲ୍ଲୀରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକ ପରେ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନକର ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ହେବା ନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଘୋଷଣା କରିଛନ୍ତି । ବୈଠକରେ ଅନେକ ନାମକୁ ନେଇ ଚର୍ଚ୍ଚା ହେବା ପରେ ଉପରାଷ୍ଟ୍ରପତି ପ୍ରାର୍ଥୀ ଲାଗି ଧନକରଙ୍କ ନାମକୁ ଚୂଡ଼ାନ୍ତ କରାଯାଇଥିବା ନଡ୍ଡା କହିଛନ୍ତି ।

ସଂସଦୀୟ ବୋର୍ଡ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଓ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ପ୍ରମୁଖ ଉପସ୍ଥିତ ଥିଲେ ।