ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ୨୧-୨୨ ଉଦଯାପିତ

ବ୍ରାହ୍ମଣୀଗାଁ,ଏନ୍ଏନ୍ଏସ୍: ଦାରିଙ୍ଗବାଡ଼ିରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୧-୨୨ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ବ୍ଲକର ବିଭିନ୍ନ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀରୁ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ଯୋଗଦେଇ ନାଚ, ବକ୍ତୃତା, ପ୍ରବନ୍ଧ ଲିଖନ, ସଙ୍ଗୀତ, ଚିତ୍ରାଙ୍କନ ଆଦି ପ୍ରତିଯୋଗିତାରେ ଭାଗ ନେଇଥିଲେ। ଏହି ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ସହ ମାନପତ୍ର ପ୍ରଦାନ କରାଯାଇଥିଲା। ପ୍ରତ୍ୟେକ ପ୍ରତିଯୋଗିତାରେ ପ୍ରଥମ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବା ପାଇଁ ମନୋନୀତ କରାଯାଇଛି।

ଏହି ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ୨୧-୨୨ ଚୟନ କାର୍ଯ୍ୟକ୍ରମର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ଏବିଓ ତଥା ବିଆରସିସି ସୁବାସିନି ଦିଗାଲଙ୍କ ଅଧ୍ୟକ୍ଷତାରେ, ମୁଖ୍ୟ ଅତିଥି ଭାବେ ଗୋଷ୍ଠି ଶିକ୍ଷା ଅଧିକାରୀ ରସାନନ୍ଦ କର, ମୁଖ୍ୟ ବକ୍ତା ଭାବେ ସିମନବାଡ଼ି ଉଚ୍ଚପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବିଦେଶୀ ନାୟକ, ସମ୍ମାନୀୟ ଅତିଥି ଭାବେ ରାପଡ଼ାବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଚାରୁସିଳା ମଲିକ, ସିଆରସିସି ନାୟକ, ରଶ୍ମିତା ସେନାପତି ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ସିଆରସିସି ଶ୍ୟାମସୁନ୍ଦର ଦିଗାଲ ସଂଯୋଜନା କରିଥିଲା ବେଳେ ଅନ୍ୟ ସିଆରସିସି ଓ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।