ବ୍ଲକସ୍ତରୀୟ ଗଣିତ ମେଳା ଓ ଗଳ୍ପ କଥନ କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା,ଏନ୍‌ଏନ୍‌ଏସ୍‌: ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦରଠାରେ ଥିବା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ଲକସ୍ତରୀୟ ଗଣିତ ମେଳା ଓ ଗଳ୍ପ କଥନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ମା’ ବୀଣାପାଣିଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ବ୍ଲକ ଶିକ୍ଷାଧିକାରୀ ବୈକୁଣ୍ଠ ନାଥ ଶବର ମୁଖ୍ୟଅତିଥି ଭାବେ ଯୋଗଦେଇ ଗଣିତ ଓ ଗଳ୍ପ କଥନର ଉନ୍ନତି ସକାଶେ ଛାତ୍ରଛାତ୍ରୀଙ୍କୁ ଦିଗଦର୍ଶନ ଦେଇଥିଲେ । ଏହି ଅବସରରେ ଆୟୋଜିତ ହୋଇଥିବା ପ୍ରତିଯୋଗିତାରେ ବିଭିନ୍ନ ବିଦ୍ୟାଳୟର ପ୍ରଥମରୁ ତୃତୀୟ ଶ୍ରେଣୀର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । କୃତୀ ଛାତ୍ରଛାତ୍ରୀଙ୍କୁ ମାନପତ୍ର ସହ ଉପଢୌକନ ଦେଇ ପୁରସ୍କୃତ କରାଯାଇଥିଲା । ବଙ୍ଗୋମୁଣ୍ଡା ସିଆରସିସି ଜିତାମିତ୍ର ବିଶି ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ସିଆରସିସି ହରପ୍ରସାଦ ମାଝୀ, ଭଜମନ ବିଶ୍ୱାଳ, ନଳ ଭୋଇ, ରଘୁମଣୀ ତାଣ୍ଡି, ରାଜକୁମାର ମହରା ଓ ରମାକାନ୍ତ ଛୁରା ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିବାବେଳେ ଶିକ୍ଷକ, ଶିକ୍ଷୟତ୍ରୀ ଓ ଅଭିଭାବକ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।