ରାମନାଗୁଡା,ଏନ୍ଏନ୍ଏସ୍: ରାୟଗଡ଼ା ଜିଲ୍ଲା ରାମନାଗୁଡ଼ା ବ୍ଲକ ଅନ୍ତର୍ଗତ ପାର୍ଲା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ, ଗଣିତ ଓ ପରିବେଶ ମେଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବରେ ଗୁମୁଡ଼ା ଦ୍ରୌପଦୀ ବିଦ୍ୟାପୀଠର ପ୍ରଧାନଶିକ୍ଷକ ରାଜ କିଶୋର ସାହୁ , ରାମନାଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗୌରୀ ପ୍ରସାଦ ପଣ୍ଡା ଯୋଗ ଦେଇଥିବାବେଳେ ମୁଖ୍ୟ ବକ୍ତାରୂପେ ରାମନାଗୁଡ଼ା ଗୋଷ୍ଠୀ ଶିକ୍ଷାଧିକାରୀ ସୁଜନ ମଲ୍ଲିକ ଯୋଗ ଦେଇଥିଲେ । ଏଥିରେ ୧୮ଟି ବିଦ୍ୟାଳୟର ୩୨ଟି ପ୍ରକଳ୍ପ ପ୍ରଦର୍ଶନ କରାଯାଇଥିଲା । ବିଚାରକ ଭାବେ ଗୁଣୁପୁର ବାଳିକା ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ ପି. ମଣୀମାଳା ଓ ଜଲତାର ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ରବୀନ୍ଦ୍ର ତାମାରା ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା ପ୍ରକଳ୍ପ ମଧ୍ୟରୁ ୫ଟି ପ୍ରକଳ୍ପ ରିତୁ ଆଚାର୍ଯ୍ୟ ସରକାରୀ ଉଚ୍ଚ ବିଦ୍ୟାଳୟ ରାମନାଗୁଡ଼ା, ମନୀଷା କାଡ୍ରାକା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ବାଟ ପୁଲିସି, ତିରୁପତି ବେହେରା ସରକାରୀ ଉଚ୍ଚ ବିଦ୍ୟାଳୟ ଗୁଲୁମୁଣ୍ଡା, ଅଭିଜିତ ନିମାଲପୁରୀ, ସୁତାପା ଆଚାର୍ଯ୍ୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରାମନାଗୁଡ଼ାକୁ ଜିଲ୍ଲାସ୍ତରରେ ହେବାକୁଥିବା ବିଜ୍ଞାନ ମେଳାରେ ଭାଗ ନେବା ପାଇଁ ଚୟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ପରିଚାଳନା କରିଥିଲେ ।