ଦେବଗଡ଼ ଜିଲ୍ଲା ପୁଲିସ ପକ୍ଷରୁ ରକ୍ତଦାନ ଶିବିର

ଦେବଗଡ଼,ଏନ୍ଏନ୍ଏସ୍: ଦେବଗଡ଼ ଜିଲ୍ଲାରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ଜିଲ୍ଲା ରିଜର୍ଭ ପୁଲିସ ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ପୂର୍ବାହ୍ଣରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାଜକିଶୋର ପାଇକରାୟ ଫିତା କାଟି ଏହି ଶିବିରକୁ ଉଦଘାଟନ କରିବା ସହ ପ୍ରଥମ ରକ୍ତଦାତା ଭାବେ ରକ୍ତଦାନ କରି ରିଜର୍ଭ ପୁଲିସ ଯବାନ ମାନଙ୍କୁ ରକ୍ତଦାନ ପାଇଁ ଉତ୍ସାହିତ କରିଥିଲେ।

ଏହି ଶିବିରରେ ୧୦୦ ୟୁନିଟ ରକ୍ତ ସଂଗ୍ରହ ପାଇଁ ଲକ୍ଷ୍ୟ ରଖାଯାଇଥିବା ଏସପି ଶ୍ରୀ ପାଇକରାୟ ପ୍ରକାଶ କରିଥିଲେ। ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ମନୋଜ କୁମାର ଉପାଧ୍ୟାୟ ଉପସ୍ଥିତ ଥିବା ବେଳେ ରକ୍ତ ଭଣ୍ଡାର ଅଧିକାରୀ ଓ କର୍ମଚାରୀ ମାନେ ଏହି ଶିବିରକୁ ପରିଚାଳନା କରିଥିଲେ। ସରଜେଣ୍ଟ ଗୋବିନ୍ଦ ଚନ୍ଦ୍ର ମାରାଣ୍ଡିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରିଜର୍ଭ ପୁଲିସ ଯବାନ ମାନେ ସକ୍ରିୟ ସହଯୋଗ କରିଥିଲେ।