ସୋନପୁର,ଏନ୍ଏନ୍ଏସ୍: ବଲାଙ୍ଗିର-ସୋନପୁର ରାସ୍ତା ବଡ଼ଝିଙ୍କି ନିକଟରେ ଆଜି ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ-ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୮ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ମାନଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ସୁବର୍ଣ୍ଣପୁର ଜିଲ୍ଲା ହରିଣାପାଲି ଗାଁରୁ କିଛି ଲୋକ ଏକ ବୋଲେରୋ ଯୋଗେ ପାଟଣାଗଡ଼କୁ ଏକ ବିବାହ ଉତ୍ସବରେ ଯୋଗଦେବାକୁ ଯାଉଥିଲେ। ସେଠାରୁ କାମ ସାରି ବିଳମ୍ବିତ ରାତିରେ ଫେରୁଥିଲେ। ବଡ଼ଝିଙ୍କିଠାରେ ଏକ ଚାଉଳ ବୋଝେଇ ଟ୍ରକ୍ ସହ ବୋଲେରୋର ଧକ୍କା ହୋଇଥିଲା। ଫଳରେ ବୋଲେରୋରେ ଥିବା ୮ ଜଣ ଗୁରୁତର ହୋଇଛନ୍ତି। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତରମାନଙ୍କୁ ମେଡିକାଲକୁ ପଠାଯାଇଛି। ଅନ୍ୟପଟେ ଘଟଣାସ୍ଥଳରେ ଟ୍ରକ୍ ଛାଡ଼ି ଡ୍ରାଇଭର ଓ ହେଲପର ଫେରାର ହୋଇଯାଇଥିବା ଜଣାପଡ଼ିଛି।